ଗୁଜରାଟର ଅହମଦାବାଦରେ ବିମାନ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟାନ୍ୟ ନେତାଙ୍କର ସମ୍ବେଦନା
ଭୁବନେଶ୍ୱର : ଗୁଜରାଟର ଅହମଦାବାଦରେ ଗୁରୁବାର ଅପରାହ୍ଣରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମଦାବାଦରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆର ବିମାନ ଟେକ୍ଅଫ୍ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହାରୁ ବ୍ୟାପକ ଧନଜୀବନ କ୍ଷତି ଘଟିଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଦୁଃଖଦ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି।
ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍ କରି, ମୁଖ୍ୟମନ୍ତ୍ରୀ କହିଛନ୍ତି, "ମୁଁ ଏୟାର ଇଣ୍ଡିଆର ଅହମଦାବାଦ-ଲଣ୍ଡନ ବିମାନ ଦୁର୍ଘଟଣା ନେଇ ଗଭୀର ଦୁଃଖ ପ୍ରକାଶ କରୁଛି।"
ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି, ଏବଂ ମୃତକଙ୍କ ପରିବାର ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
What's Your Reaction?






