ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ବୃଦ୍ଧି, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷାର ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ଉପରେ ନିଷେଧାଜ୍ଞା

Jul 2, 2025 - 12:18
 0  0
ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ବୃଦ୍ଧି, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପର ପ୍ରଭାବ ଫଳରେ ଆଗାମୀ ଦିନଗୁଡ଼ିକୁ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପ୍ରକାଶ କରିଛି । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଅନେକ ଜିଲ୍ଲାରେ ପ୍ରବଳ ଓ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷତଃ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟାରେ ବର୍ଷା ବେଶି ହେବା ଥିବାରୁ ସତର୍କ ରହିବାକୁ ସୂଚନା ମିଳିଛି । ୧୪ ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଘୋଷଣା କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ନିଷେଧ କରାଯାଇଛି ।

What's Your Reaction?

like

dislike

love

funny

angry

sad

wow